Skip to main content

Posts

Showing posts with the label India Railway Security Speed Accidents India Odia

ସୁରକ୍ଷା ନା ବେଗ, କେଉଁଟି ଆଗ

ବାହାନଗାଠାରେ ମର୍ମନ୍ତୁଦ ରେଳ ଦୁର୍ଘଟଣା ପରେ ଦେଶରେ ରେଳସୁରକ୍ଷା ବ୍ୟବସ୍ଥା ଉପରେ ଗମ୍ଭୀର ପ୍ରଶ୍ନଚିହ୍ନ ଲାଗିଛି । ଅନ୍ୟ ପକ୍ଷରେ ସେହି ଅସୁରକ୍ଷିତ ବ୍ୟବସ୍ଥାରେ ବ୍ୟାପକ ସୁଧାର ନ ଆଣି ‘ବନ୍ଦେ ଭାରତ’ ଭଳି ଅଧିକ ସଂଖ୍ୟକ ଦ୍ରୁତଗାମୀ ରେଳ ଚଳାଚଳ ପାଇଁ ପଦକ୍ଷେପ ନିଆଯାଉଛି । ଏନଡ଼ିଏ ସରକାର କ୍ଷମତାକୁ ଆସିବା ପରେ ଅଧିକ ସଂଖ୍ୟକ ବେଗସମ୍ପନ୍ନ ଟ୍ରେନ ଚଳାଚଳ ଉପରେ ଗୁରୁତ୍ୱ ଦିଆହୋଇଛି । ରେଳ ବ୍ୟବସ୍ଥାରେ ସରକାରଙ୍କ ତରଫରୁ ପ୍ରାୟ ୨.୫ ଲକ୍ଷ କୋଟି ଟଙ୍କା ବିନିଯୋଗ ହୋଇଥିଲେ ବି ସେଥିରୁ ସିଂହଭାଗ ଷ୍ଟେସନ ଓ ପ୍ଲାଟଫର୍ମଗୁଡ଼ିକର ଆଧୁନିକୀକରଣ ଓ ଦ୍ରୁତଗାମୀ ନୂଆ ଟ୍ରେନର ପ୍ରଚଳନ ପାଇଁ ବିନିଯୋଗ ହୋଇଥିଲା ବେଳେ ଅତ୍ୟାବଶ୍ୟକ ରକ୍ଷଣାବେକ୍ଷଣ ଓ ସୁରକ୍ଷା ପ୍ରତି ସେତେ ଅଧିକ ଧ୍ୟାନ ଦିଆଯାଇ ନାହିଁ । ବେଗ ବୃଦ୍ଧି ଆକାଂକ୍ଷିତ ନିଶ୍ଚୟ । ତେବେ ପ୍ରଶ୍ନ ଉଠିବା ସ୍ୱାଭାବିକ ଦୁର୍ବଳ ଭିତ୍ତିଭୂମି ଉପରେ ଦ୍ରୁତଗାମୀ ରେଳ ଚଳାଚଳକୁ ପ୍ରୋତ୍ସାହିତ କରିବା କେତେ ଦୂର ସମୀଚୀନ ? ଅର୍ଥାତ୍ ଉଭୟ ସୁରକ୍ଷା ଓ ବେଗ ବୃଦ୍ଧି ସ୍ପୃହଣୀୟ ହୋଇଥିଲେ ବି ସମ୍ୱଳର ସୀମିତତା ଦୃଷ୍ଟିରୁ ତନ୍ମଧ୍ୟରୁ, ସୁରକ୍ଷା ନା ବେଗ, କେଉଁଟିକୁ ପ୍ରାଥମିକତା ଦିଆଯିବା ଆବଶ୍ୟକ, ତାହା ବିବେଚନାର ବିଷୟ । ଗତ କିଛି ବର୍ଷ ଧରି ରେଳ ଦୁର୍ଘଟଣା ହ୍ରାସ ପାଇଥିଲେ ବି ଏବେ ମଧ୍ୟ ଟ୍ରେନ ଲାଇନଚ୍ୟୁତ ହେବା, ନିଆଁ ଲାଗିବା, ମୁହାଁମୁହିଁ ଧକ୍କା ହେବା ଓ ରେଳ ଫାଟକ ପରି...